ସାବିତ୍ରୀ ବ୍ରତ
ଜ୍ୟୈଷ୍ଠ ଅମାବାସ୍ୟା ବା ସାବିତ୍ରୀ ବ୍ରତ । ଏ ଦିନ ସଧବା ସ୍ତ୍ରୀଲୋକମାନେ ଉପବାସ କରନ୍ତି ଅନ୍ନ ଗ୍ରହଣ କରନ୍ତି ନାହିଁ ଓ ଅପରାହ୍ନ ରେ ପୂଜା ଶେଷ ହେଲେ ଧୂଆମୁଗ, ନଡ଼ିଆ, କଦଳୀ, ଆମ୍ବ, ପଣସ, ସପୁରୀ, ତାଳସଜ ଆଦି ଫଳାହାର କରନ୍ତି । ଏଥିପାଇଁ ଚଉଁରା ମୂଳେ ବା ଠାକୁର ଘରେ ବ୍ରତୋତ୍ସବ ପାଳନ ବେଳେ ସାବିତ୍ରୀ ଉପାଖ୍ୟାନ ପାଠ କରାଯାଏ । ବାସ୍ତବରେ ଏ ପୂଜାର ଆରାଧ୍ୟା ଦେବୀ ହେଉଛନ୍ତି ମା' ସାବିତ୍ରୀ । ସାବିତ୍ରୀ ବ୍ରହ୍ମାଙ୍କ ପତ୍ନୀ, ଗାୟତ୍ରୀ, ସୂର୍ଯ୍ୟାଧିଷ୍ଠାତ୍ରୀ ଦେବୀ । ଦେବୀ ସାବିତ୍ରୀଙ୍କ ମାନବୀ ସାବିତ୍ରୀଙ୍କ ପ୍ରତି ଆଶୀର୍ବାଦ ଓ କରୁଣା କିପରି ସତ୍ୟବାନଙ୍କୁ ମୃତ୍ୟୁକବଳରୁ ଫେରାଇ ଆଣିଲା, ତାହାକୁ ଆଧାର କରି ମା' ସାବିତ୍ରୀଙ୍କୁ ମହିମାନ୍ୱିତ କରାଯାଇଥାଏ ।
Culture
•
20
May 2023 12:32 PM
•
•